ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ୱର: ଓଲଟପୁର ସ୍ଥିତ NIRTAR ଅସ୍ଥି ଚିକିତ୍ସା ତଥା ଥାଇଥାନ ସମ୍ପର୍କିତ ଏକ ପ୍ରସିଦ୍ଧ ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ। ପ୍ରତିଦିନ ରାଜ୍ୟ ର ବିଭିନ୍ନ ଅଂଚଳରୁ ଚିକିତ୍ସା ପାଇଁ ଶହ ଶହ ରୋଗୀ ଏଠାକୁ ଆସିଥାନ୍ତି।
ରୋଗୀମାନେ ଯେପରି ସୁବିଧାରେ ଏହି ପ୍ରତିଷ୍ଠାନ ର ସ୍ୱାସ୍ଥ୍ୟ ସେବାର ସୁଯୋଗ ପାଇପାରିବେ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶ କ୍ରମେ ଆଜି ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ ଜେନା 5T ସେକ୍ରେଟାରୀ ଶ୍ରୀ ଭି କେ ପାଣ୍ଡିଆନ ଓଲଟପୁର ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ ।
ସେମାନଙ୍କ ସହିତ ପୂର୍ତ୍ତ ବିଭାଗ ସଚିବ ଶ୍ରୀ ବୀର ବିକ୍ରମ ଯାଦବ , କଟକ ଜିଲ୍ଲାପାଳ ଶ୍ରୀ ଭବାନୀ ଚଇନି ଓ ପୂର୍ତ୍ତ ବିଭାଗ ର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।ସ୍ଥାନୀୟ ଲୋକ ଓ ରୋଗୀ ମାନଙ୍କ ସହ ଆଲୋଚନା ପରେ ନିମ୍ନୋକ୍ତ ନିଷ୍ପତ୍ତି ନିଆଯାଇଛି ।ରୋଗୀ ମାନେ ଯେପରି ସୁବିଧାରେ NIRTAR ରେ ପହଂଚିପାରିବେ ସେଥିପାଇଁ ନିଆଳି ଅଡଶପୁର ରାସ୍ତାର ବୋଇରାଇ ଛକ ଠାରୁ ଓଲଟପୁର NIRTAR ପର୍ଯ୍ୟନ୍ତ ରାସ୍ତାକୁ ଦୁଇ ଥକିଆ କରାଯିବ ।NIRTAR ହସ୍ପିଟାଲ ପାର୍ଶ୍ଵ ବର୍ତୀ ଜମି ଅଧିଗ୍ରହଣ କରି ସେ ଅଂଚଳର ବିକାଶ କରାଯିବ । ହଷ୍ଟେଲ ର ମଧ୍ୟ ଉନ୍ନତି କରାଯିବ।ଏହି ଗସ୍ତ ଅବସରରେ ଉନ୍ନୟନ କମିଶନର ଓ 5T ସଚିବ ହସ୍ପିଟାଲ ର ବିଭିନ୍ନ ward ବୁଲି ଦେଖିବା ସହ ରୋଗୀ ମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ ।