ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର:ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଯାହା ଫଳରେ ନଦୀରେ ବନ୍ୟା ପାଣି ପାଇଁ ନଦୀ ଫୁଲିବାରେ ଲାଗିଛି। ତେବେ ଉପର ମୁଣ୍ଡରେ ବର୍ଷା ଯୋଗୁଁ କ୍ରମାଗତ ଭାବରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଛି । ସେଥିପାଇଁ ହୀରାକୁଦ ବନ୍ଧ ତଳ ମୁଣ୍ଡରେ ବସବାସ କରୁଥିବା ସମସ୍ତ ଜନସାଧାରଣଙ୍କ ଅବଗତି ନିମନ୍ତେ ସୂଚନା ଦିଆଯାଇଛି ଯେ ଆସନ୍ତା ୧୮ ତାରଖ ସମୟ ସକାଳ ୧୧ ଘଣ୍ଟା ସମୟରେ ହୀରାକୁଦ ଜଳଭଣ୍ଡାର ରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯିବ । ଏଥିଯୋଗୁଁ ମହାନଦୀ ଓ ତାର ଶାଖା ନଦୀ ଗୁଡିକର ଜଳସ୍ତର ବୃଦ୍ଧି ପାଇବ । ତେଣୁ ନଦୀ ମଧ୍ୟକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ପାଇଁ ଜନସାଧାରଣ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେଣୁ ଯଦି କୌଣସି ଦୁର୍ଘଟଣା ଘଟିଲା ତେବେ ଏହା ପାଇଁ ହୀରାକୁଦ ନଦୀବନ୍ଧ କର୍ତ୍ତୃପକ୍ଷ ଦାୟୀ ରହିବେ ନାହିଁ ବୋଲି ସୂଚନା ଦିଆଯାଇଛି ।