ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜଧାନୀରେ ଦେଖିବାକୁ ମିଳିଛି ବିଦେଶୀଙ୍କ ଶାନ୍ତି ଶୋଭାଯାତ୍ରା । ଆଜି ରାଜଧାନୀରେ ଶାନ୍ତି ଶୋଭାଯାତ୍ରା କରିଛନ୍ତି ବୌଦ୍ଧ ସାଧୁ ସନ୍ଥ । ଧୁମ୍ଧାମ୍ରେ ପାଳିତ ହେବ ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ। ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଦେଶ ବିଦେଶରୁ ଆସିଛନ୍ତି ଶତାଧିକ ବୌଦ୍ଧ ସନ୍ୟାସୀ ଓ ଭିକ୍ଷୁ ।ଏହି ଶୋଭାଯାତ୍ରାରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ବୌଦ୍ଧ ଧର୍ମଗୁରୁ ଓ ପ୍ରଚାରକମାନେ ଯୋଗ ଦେଇ ଶାନ୍ତିର ବାର୍ତ୍ତା ବାଣ୍ଟିଥିଲେ।
ଏହି ସୁବର୍ଣ୍ଣ ଜୟନ୍ତୀ ଅବସରରେ ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ଧରି ପୂଜାପାଠ, ମନ୍ତ୍ର ଉଚ୍ଚାରଣ ଓ ଶାନ୍ତି ପ୍ରାର୍ଥନାରେ ପ୍ରକମ୍ପିତ ହେବ ଶାନ୍ତିସ୍ତୁପ ଧଉଳି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ।
ରିପୋର୍ଟ: ଦୀପା ପ୍ରଧାନ