ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଆସନ୍ତା କାଲି ଠାରୁ ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ତ୍ରୀସ୍ତରୀୟ ସୁରକ୍ଷା ଲାଗି କମିଶନରେଟ ପୋଲିସ ପକ୍ଷରୁ କରାଯାଇଛି ବ୍ୟାପକ ବ୍ୟବସ୍ଥା । ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଡିଜି ସୁନିଲ ବଂଶଲ । ଭୁବନେଶ୍ୱର ଡିସିପିଙ୍କ ନେତୃତ୍ୱରେ ରହିବ ଏହି ସୁରକ୍ଷା ବ୍ୟବସ୍ଥା । ଏଥିପାଇଁ ୩୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ | ୨ ଜଣ ଅତିରିକ୍ତ ଡିସିପି ସୁରକ୍ଷା ବ୍ୟବସ୍ଥାକୁ ସୁପରଭିଜନ କରିବେ । ଏହା ସହିତ ରାଲି, ଧାରଣା ଓ ସୁରକ୍ଷାକୁ ନଜରରେ ରଖି ପାଞ୍ଚଟି କଣ୍ଟ୍ରୋଲ ରୁମ ରହିବ।
ରିପୋର୍ଟ: ଦୀପା ପ୍ରଧାନ