ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଓଡ଼ିଶା ଆସିବ ବନ୍ଦେ ଭାରତ ଏକ୍ସପ୍ରେସ୍ |ଏହା ସହିତ ଓଡ଼ିଶାରେ ଆରମ୍ଭ ହେବ ୫ଜି ସେବା | ଏଭଳି ଦୁଇଟି ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ | ଆଜି ‘ଓଡ଼ିଶା ନିର୍ମାଣ କନକ୍ଲେଭ୍-୨୨’ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଶ୍ୱିନୀ ବୈଷ୍ଣବ ଏକଥା ପ୍ରକାଶ କରିଛନ୍ତି ।ସେ କହିଛନ୍ତି, ବିଶ୍ୱରେ କୋଣ ଅନୁକୋଣରେ କାମ କରୁଥିବା ଓଡ଼ିଆମାନେ ନିଜ କାର୍ଯ୍ୟରେ ସବୁବେଳେ ଶ୍ରେଷ୍ଠ ପ୍ରଦର୍ଶନ କରିଥାନ୍ତି । ଆଲୁମିନିୟମ ଓ ଷ୍ଟିଲ କ୍ୟାପିଟାଲ ହୋଇପାରିବ ଓଡ଼ିଶା ଶକ୍ତି ଉତ୍ପାଦନରେ ଓଡ଼ିଶା ଯଥେଷ୍ଟ ଆଗରେ। ଦକ୍ଷ ମାନବ ସମ୍ବଳ ଓଡ଼ିଶାକୁ ଇଲେକଟ୍ରୋନିକ୍ସ କ୍ଷେତ୍ରରେ ମଧ୍ୟ ଏକ ନମ୍ବର କରିପାରିବ।
ସେ ଆହୁରି ମଧ୍ୟ କହିଛନ୍ତି , ପ୍ରାକୃତିକ ସମ୍ପଦ ଓ ବିସ୍ତୀର୍ଣ୍ଣ ବେଳାଭୂମି ସହ ଓଡ଼ିଆ ଲୋକ ହିଁ ଓଡ଼ିଶାର ଶକ୍ତି । ୨୦୧୪ ପୂର୍ବରୁ ରେଲୱେର ବିକାଶ ପାଇଁ ଓଡ଼ିଶାକୁ ଆସୁଥିଲା ବାର୍ଷିକ ୮୩୮ କୋଟି ଟଙ୍କା । ମୋଦୀ ସରକାରରେ ଏହି ଅନୁଦାନ ୪ ଗୁଣାରୁ ଅଧିକ ବଢିଛି ।
ରିପୋର୍ଟ ଦୀପା ପ୍ରଧାନ