ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: କେନ୍ଦୁପତ୍ର ଶ୍ରମିକଙ୍କ ପାଇଁ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନ ୫ଟା ୩୦ରେ ଲୋକସେବା ଭବନ ତୃତୀୟ ମହଲା ସମ୍ମିଳନୀ କକ୍ଷରେ ହେବ ଏହି କାର୍ଯ୍ୟକ୍ରମ ।
ଗତ ବୁଧବାର ସହାୟତା ରାଶି ବଣ୍ଟନ କରାଯିବାକୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ୧୦୦୦ ଟଙ୍କା ଏବଂ ପ୍ରତ୍ୟେକ ସିଜିନାଲ ଷ୍ଟାଫ ଓ ବନ୍ଧାଳିଙ୍କୁ ୧୫୦୦ ଟଙ୍କା ଲେଖାଏଁ ଦିଆଯିବ । ସେମାନଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ । କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ପିଲାଙ୍କୁ ବୃତ୍ତି ପ୍ରଦାନ କରାଯିବ । ମେଧାବୀ ଛାତ୍ରଛାତ୍ରୀଙ୍କୁ ଜିଲ୍ଲାସ୍ତରରେ ପୁରସ୍କୃତ କରାଯିବ । ସର୍କଲ ଚେକର୍ସ ଓ ବାଇଣ୍ଡିଂ ଚେକର୍ସଙ୍କ ଗ୍ରାଚୁଇଟି ଦେୟ ୭ ଦିନରୁ ବୃଦ୍ଧି କରି ୧୫ ଦିନ କରାଯିବ । ସମସ୍ତ ତୋଳାଳିଙ୍କୁ ପରିଚୟ ପତ୍ର ପ୍ରଦାନ କରାଯିବ ।
ସେପଟେ କେନ୍ଦୁପତ୍ରରୁ ଜିଏସଟି ହଟାଇବାକୁ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।
ରିପୋର୍ଟ ଦୀପା ପ୍ରଧାନ