ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ଆଜିଠୁ ଭୁବନେଶ୍ବରରେ ଲାଗିବ ଦେଶ ବିଦେଶର ପ୍ରମୁଖ ଶିଳ୍ପପତିଙ୍କ ଭିଡ଼ । ଜନତା ମୈଦାନରେ ପୁଞ୍ଜି ନିବେଶର ମହାକୁମ୍ଭ ମେକ-ଇନ୍-ଓଡ଼ିଶା କନକ୍ଲେଭ ତୃତୀୟ ସଂସ୍କରଣ । ଆଜି ସନ୍ଧ୍ୟାରେ କନକ୍ଲେଭର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାରଂପରିକ ଶିଳ୍ପ ବ୍ୟତୀତ ନୂଆ ନୂଆ କ୍ଷେତ୍ରରେ ବଡ଼ ନିବେଶ ପାଇଁ ଏଥର ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ମେଟାଲ, ମିନେରାଲ, ପେଟ୍ରୋକେମିକାଲ୍ସ, ଟେକ୍ସଟାଇଲ, ଫୁଡ୍ ପ୍ରସେସିଙ୍ଗ, ଅକ୍ଷୟ ଶକ୍ତି, ପର୍ଯ୍ୟଟନ ଓ ଆଇଟି କ୍ଷେତ୍ରକୁ ଫୋକସ୍ ଦିଆଯାଇଛି । ୧୩୦ରୁ ଅଧିକ ବଡ଼ ଓ ମଧ୍ୟମ ଶିଳ୍ପ କନକ୍ଲେଭରେ ସାମିଲ ହେବାକୁ ସହମତି ପ୍ରକାଶ କରିଛନ୍ତି । ସେମାନଙ୍କ ମଧ୍ୟରେ ରହିଛନ୍ତି ଆର୍ସେଲର ମିତ୍ତଲ ଅଧ୍ୟକ୍ଷ ଲକ୍ଷ୍ମୀନାରାୟଣ ମିତ୍ତଲ, କୁମାର ମଙ୍ଗଲମ ବିର୍ଲା, ବେଦାନ୍ତ ମୁଖ୍ୟ ଅନୀଲ ଅଗ୍ରଓ୍ବାଲ |
ଏହି ୫ ଦିନିଆ ମେଗା ବିଜନେସ୍ ସମିଟରେ ଯୋଗଦେବା ପାଇଁ ଏବେ ସୁଦ୍ଧା ୧୧ହଜାରରୁ ଅଧିକ ପଂଜୀକରଣ ହୋଇଛି । ମୋଟ୍ ୩୮ଟି ଇଭେଣ୍ଟରେ ୧୨୪ଜଣ ବକ୍ତା ଯୋଗଦେବେ ।
ରିପୋର୍ଟ: ଦୀପା ପ୍ରଧାନ