ସନଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ସଂସଦରେ ମହିଳା ସଂରକ୍ଷଣକୁ ନେଇ ଦାବି ଉଠାଇଲେ ବିଜେଡିର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର । ମହିଳା ସଂରକ୍ଷଣ ବିଲ୍ ପାରିତ କରି ବିଶ୍ବରେ ଭାରତ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିପାରିବ । ଭାରତ ସ୍ବାଧିନତାର ୭୫ ବର୍ଷରେ ଅମୃତ ମହୋତ୍ସବ ପାଳୁଥିବା ବେଳେ ଏହି ପ୍ରସ୍ତାବ ପାରିତ କରିବାର ଏକ ବଡ଼ ସୁଯୋଗ ।
ଏହି ବିଲ୍ ୬୬କୋଟି ମହିଳା ସଶକ୍ତିକରଣରେ ଇତିହାସ ସୃଷ୍ଟି କରିବ । ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ କଲେ ମହିଳାଙ୍କୁ ନେତୃତ୍ବ ଦେବା କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ ସ୍ଥାପନ କରିପାରିବା । ଦୀର୍ଘ ବର୍ଷ ହେଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ସଂରକ୍ଷଣ ବିଲ ସଂସଦରେ ପାରିତ କରିବାକୁ ଦାବି କରିଆସୁଛନ୍ତି । ୨୦୧୯ ଲୋକସଭା ନିର୍ବାଚନରେ ବିଜେଡି ପକ୍ଷରୁ ୩୩ ପ୍ରତିଶତ ମହିଳାଙ୍କୁ ପ୍ରାର୍ଥୀ କରାଯାଇଥିଲା ।
ରିପୋର୍ଟ: ଦୀପା ପ୍ରଧାନ