ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନ ପାଇଁ ଆସନ୍ତା ୨୦ ତାରିଖରେ ବସିବ ସର୍ବଦଳୀୟ ବୈଠକ | ସମସ୍ତ ଦଳର ପ୍ରତିନିଧିମାନେ ଏହି ବୈଠକରେ ଯୋଗଦେବେ | ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ | ୨୦ ତାରିଖ ଦିନ ସାଢ଼େ ୧୧ଟାରେ ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଏହି ବୈଠକ ବସିବ |
ସୂଚନା ଅନୁଯାୟୀ , ଏଥର ବଜେଟ୍ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ହେବ | ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରୀ ୨୧ରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଓ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ | ଫେବ୍ରୁଆରୀ ୨୪ ତାରିଖ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୩- ୨୪ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ | ତେବେ କିପରି ଶାନ୍ତି ଶୃଙ୍ଖଳା ସହ ବଜେଟ୍ ଅଧିବେଶନ ସମାପ୍ତ ହେବ ସେନେଇ ୨୦ ତାରିଖ ବୈଠକ ଆଲୋଚନା ହେବ |
ରିପୋର୍ଟ: ଦୀପା ପ୍ରଧାନ