ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଆଜି ବସିବ ସର୍ବଦଳୀୟ ବୈଠକ | ଆସନ୍ତା କାଲି ଅନୁଷ୍ଠିତ ହେବ ବଜେଟ ଅଧିବେଶନ | ଏହି ଅଧିବେଶନ କିପରି ଶାନ୍ତି ଶୃଙ୍ଖଳାର ସହ ସମାପନ ହେବ ସେନେଇ ଆଜି ବସିବ ସର୍ବଦଳୀୟ ବୈଠକ | ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ | ଆଜି ୧୧ଟା ୩୦ରେ ବିଧାନସଭା ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହେବ |
ସେପଟେ ବିଧାନସଭାର ବଜେଟ ଅଧିବେଶନ ପ୍ରଥମ ପର୍ଯ୍ୟାୟ ଆସନ୍ତା କାଲିଠୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଓ ୨ୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ । ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ । ଫେବ୍ରୁଆରୀ ୨୪ ତାରିଖ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୩- ୨୪ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ ।
ତେବେ ଆଜି ଏହି ବୈଠକରେ ବିରୋଧୀ ଦଳ ନେତାଙ୍କ ସମେତ କଂଗ୍ରେସ ବିଧାୟକ ଦଳ ନେତା, ସିପିଏମ ବିଧାୟକ, ସରକାରୀ ଦଳ ମୁଖ୍ୟ ସଚେତକ ଓ ବିଜେଡିର ବରିଷ୍ଠ ବିଧାୟକ ଯୋଗ ଦେବେ |