ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଆଜି ମୁଖ୍ୟ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ ଜେନା | ଏବଂ ନୂଆ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ନେବେ ଅନୁ ଗର୍ଗ | ଗତକାଲି ଦୁଇ ଅଧିକାରୀଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |
ପ୍ରଦୀପ ଜେନା ୧୯୮୯ ବ୍ୟାଚ୍ର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଥିଲେ | ପଞ୍ଚାୟତିରାଜ ବିଭାଗ , ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ସଚିବ ଭାବେ ଦାୟିତ୍ୱ ତୁଲାଇଥିଲେ | ଗ୍ରାମ୍ୟ ଉ୍ନ୍ନୟନ ବିଭାଗ, ଶକ୍ତି , ଜଳସଂପଦ ଆଦି ବିଭାଗର ସଚିବ ଭାବେ ଦାୟିତ୍ୱ ତୁଲାଇବା ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଥିଲେ ପ୍ରଦୀପ ଜେନା |
ସେପଟେ ACS ଅନୁ ଗର୍ଗ ପରବର୍ତ୍ତୀ ଉନ୍ନୟନ କମିଶନର ହେବେ । ଜଳସମ୍ପଦ ବିଭାଗର ACS ଭାବେ ମଧ୍ୟ ଅନୁ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଗତକାଲି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ବିଦାୟୀ ମୁଖ୍ୟ ଶାସନ ସଚିବ ଓ ନବ ନିଯୁକ୍ତ ମୁଖ୍ୟ ଶାସନ ସଚିବ । ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ୍, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର ବାଲକିଷ୍ଣ୍ଣନ, ଏବଂ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।
ରିପୋର୍ଟ: ଦୀପା ପ୍ରଧାନ