ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା । ୨୧ ତାରିଖରେ ଓଡିଶା ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ | ୨୨ ତାରିଖରେ ପୁରୀ ଯାଇ ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ | ଏହାପରେ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ମମତା ବାନାର୍ଜୀ |
ସୂଚନା ଅନୁଯାୟୀ, ୨୦୨୪ ସାଧାରଣ ନିର୍ବାଚନକୁ ଆଉ ଗୋଟିଏ ବର୍ଷ ରହିଥିବାବେଳେ ତୃତୀୟ ସାମୁଖ୍ୟ ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଯାଇଛି । ନବୀନ ପଟ୍ଟନାୟକଙ୍କୁ ସାକ୍ଷାତର ଏଜେଣ୍ଡା ଜଣାପଡ଼ିନଥିଲେ ବି ସେ ତୃତୀୟ ସାମୁଖ୍ୟ ସଂପର୍କରେ ଆଲୋଚନା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି |