ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ସରକାରୀ କାର୍ଯ୍ୟ ନିର୍ବାହରେ ଅବହେଳା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ବେ ୨୨୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରିବାରେ ବିଫଳ ହୋଇଛନ୍ତି। ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦେଶକଙ୍କ ଚିଠିର ଉତ୍ତର ଦେଉନଥିବାରୁ ଏହି ମହାବିଦ୍ୟାଳୟ ଅଧ୍ୟକ୍ଷ ଏବଂ ମୁଖ୍ୟ କିରାଣୀ/କିରାଣୀଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି। ବିଭାଗୀୟ ଚିଠିର ଉତ୍ତର ନଦେବାର ଅର୍ଥ ହେଉଛି ସରକାରୀ କାର୍ଯ୍ୟ ନିର୍ବାହରେ ବଡ଼ ଅବହେଳା ଏବଂ ବିଭାଗ କର୍ତ୍ତୃପକ୍ଷଙ୍କ ନିର୍ଦେଶ ପାଳନରେ ବିଫଳତା ବୋଲି କୁହାଯାଇଛି। ଏପରି ଚରମ ଅବହେଳା ପାଇଁ ମେ’ ମାସର ଦରମା ନ ଉଠାଇବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି।