ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଏଣିକି ରାଜଧାନୀ ଗଳିକନ୍ଦିରେ ବୁଲିବ ଟିମ୍ ସାଇନ୍ ବା ବିଏମସି ଏନଫୋର୍ସମେଣ୍ଟ ସ୍କ୍ୱାଡ୍ । ଟିମ୍ ସାଇନ ଅର୍ଥାତ ସାନିଟେସନ ଏବଂ ହାଇଜିନ୍ ଇନିସପେକ୍ସନ ଫର୍ ନିଟ୍ ଏନଭରମେଂଟ । ଆଜି ଏହାର ବିଧିବଦ୍ଧ ଶୁଭାରମ୍ଭ କରିବେ ଭୁବନେଶ୍ୱର ମେୟର ଓ କମିଶନର । ରାଜଧାନୀରେ ୧୦ଟି ଏନଫୋର୍ସମେଣ୍ଟ ସ୍କ୍ୱାଡ୍ ରହିବେ । ପ୍ରତି ଟିମରେ ୫ ଜଣ ସଦସ୍ୟ ରହିବେ ।
ପ୍ରତି ଟିମର ନେତୃତ୍ୱ ନେବେ ଜଣେ ଅବସରପ୍ରାପ୍ତ ସେନା ଅଧିକାରୀ । ଏହି ଅବସରରେ ବିଏମସି ଟିମ ସାଇନ ବା ଏନଫୋର୍ସମେଣ୍ଟ ଟିମର ରୋଡ଼ ସୋ ଅନୁଷ୍ଠିତ ହୋଇଛି । ବାଣୀବିହାରରୁ ଆଚାର୍ଯ୍ୟବିହାର ଦେଇ ବିଏମସି ଅଫିସ ଯାଏଁ ରୋଡ ସୋ କରାଯାଇଛି । ରାଲି ମାଧ୍ୟମରେ ରାଜଧାନୀ ବାସିନ୍ଦାଙ୍କୁ ସାନିଟେସନ୍ ନେଇ ସଚେତନ କରିବାକୁ ପ୍ରୟାସ କରାଯାଇଛି ।
ଏହି ଟିମର ସଦସ୍ୟମାନେ ଗଳିକନ୍ଦି ବୁଲି ବୁଲି ଯାଞ୍ଚ କରିବେ । ପରିବେଶ ସଫାସୁତୁରା ରଖିବା ପାଇଁ ଲୋକଙ୍କୁ ସଚେତନ କରିବା ସହ କେହି ଘର ସାମ୍ନାରେ ଅଳିଆ ପକାଇଥିଲେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରିବେ ।
ଏନେଇ ବିଏମସି କମିସନର୍ କହିଛନ୍ତି, ଭୁବନେଶ୍ୱରୁ ସବୁ ଦୃଷ୍ଟିରୁ ଶ୍ରେଷ୍ଠ କରିବାକୁ ହେଲେ ପ୍ରଥମେ ସଫେଇକୁ ଅଧିକ ଗୁରୁତ୍ୱ ଦେବାକୁ ପଡ଼ିବ । ଆମେ ସଫା ରହିଲେ ସହର ସୁନ୍ଦରତା ବଢ଼ିବ । ପ୍ରଥମେ ଏକ ଟିମ୍ ଲୋକଙ୍କୁ ସଚେତନ କରିବା ସହ ବୁଝାଇବ । ଆଉ ବୁଝାଇବା ପରେ ବି କେହି ନବୁଝିଲେ ଆକ୍ସନ ନିଆଯିବ ।