ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମାଲକାନାଗିରି, ଗଜପତି, ଗଞ୍ଜାମ, କନ୍ଧମାଳ, ବରଗଡ, ଅନୁଗୁଳ, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର, ଢେଙ୍କାନାଳ, ଯାଜପୁର, ରାୟଗଡା, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ଢେଙ୍କାନାଳ, ଭଦ୍ରକ ଓ ବାଲେଶ୍ୱର ।
ସେପଟେ ଆସନ୍ତା ୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେବାର ଆଶଙ୍କା ରହିଛି । ଏହି ସମ୍ପର୍କରେ ଆଜି ପାଣିପାଗ ବିଭାଗ ତରଫରୁ ଟ୍ୱିଟ କରାଯାଇଛି । ଆସନ୍ତା ୫ତାରିଖ ବେଳକୁ ଏହା ଲଘୁଚାପର ରୂପ ନେବ । ଏଣୁ ବର୍ଷା ଅଧିକ ମାତ୍ରାରେ ହେବାର ସମ୍ଭାବନା ରହିଛି ।