ସନଷ୍ଟାର ଟିଭି ବ୍ୟୁରୋ
ପୁରୀ: ଆଜି ଅପରାହ୍ନ ୩ଟା ରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । ଏହି ନୀତି ଆପାତତଃ ଅପରାହ୍ନ ୩ଟାରୁ ଆରମ୍ଭ ହୋଇ ରାତି ୮ଟା ପର୍ଯ୍ୟନ୍ତ ଚାଲୁ ରହିବ ।
ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ଯେ , ମହାପ୍ରଭୁଙ୍କର ଏହା ଗୁପ୍ତନୀତି ହୋଇଥିବାରୁ ୫ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।