ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ଆସନ୍ତା ୨ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଜି ପାଣିପାଗ ବିଭାଗ ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।
ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୧୫ ତାରିଖ ଯାଏଁ ଏକାଧିକ ଜିଲ୍ଲାରେ ବର୍ଷା ହୋଇପାରେ। ଆସନ୍ତାକାଲି ଯାଏଁ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଳା କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେପଟେ ଗତକାଲି କୋରାପୁଟରେ ପ୍ରବଳ ବର୍ଷା ହୋଇଛି । କୋରାପୁଟ ଜିଲ୍ଲାରେ ୭୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଲଘୁଚାପ ପ୍ରଭାବରେ ଜିଲ୍ଲାରେ ଦିନତମାମ ବର୍ଷା ଲାଗି ରହିଥିବା ବେଳେ କୋରାପୁଟ ସହରରେ ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ପ୍ରବଳ ବର୍ଷା ଯୋଗୁଁ ଡ୍ରେନ ଉପରେ ପାଣି ଚାଲୁଥିଲା ।
ରାସ୍ତାଘାଟ ଜଳମୟ ହୋଇଯାଇଥିବା ବେଳେ ପଥଚାରୀ ଏବଂ ଉଠାଦୋକାନୀଙ୍କ ସମେତ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀ ମାନେ ଘରକୁ ଫେରିବା ସମୟରେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହୋଇଥିଲେ। ବର୍ଷା ଯୋଗୁଁ ରାସ୍ତା ଘାଟ ମଧ୍ୟ ଶୂନଶାନ ହୋଇଯାଇଥିଲା