ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର : ସୃଷ୍ଟି ହେଲା ଲଘୁଚାପ। ଲଘୁଚାପର ରୂପ ନେଲା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ କଳାହାଣ୍ତି , ବଲାଙ୍ଗୀର, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଆଦି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ପୁରୀ, ଗଞ୍ଜାମ, ଗଜପତି, ନୂଆପଡ଼ା, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ରାୟଗଡ଼ା ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି କାଲି ପାଇଁ ଗଞ୍ଜାମ, କନ୍ଧମାଳ, ସୋନପୁର, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ ଆଦି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଯାଜପୁର, ଗଜପତି, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ତି , ନୂଆପଡ଼ା, ବରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଆସନ୍ତା ୧୫ ତାରିଖ ଯାଏଁ ସାରା ରାଜ୍ୟରେ ବର୍ଷା ଜାରି ରହିବ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି।