ସନଷ୍ଟାର ଟିଭି ବ୍ୟୁରୋ
ପୁରୀ : ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦୁଆର ଖୋଲାଯିବା ପ୍ରସଙ୍ଗ । ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଦାବି କରି ଆସନ୍ତା ମାସ ଅକ୍ଟୋବର ୩ ତାରିଖରେ ଓଡିଶା ବନ୍ଦ ଡାକରା ଦେଇଛି ଶ୍ରୀଜଗନ୍ନାଥ ସେନା । କାଳିଆ ଠାକୁର ଓ ତାଙ୍କ ଭକ୍ତଙ୍କ ପାଇଁ ଗୋଟିଏ ଦିନ ଅଖଚକ ବନ୍ଦ କରାଯିବ ବୋଲି ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ଏକ ବିଜ୍ଞପ୍ତି ଜାରି କରିଛନ୍ତି । ଏବଂ ଏହା ସମ୍ପୂର୍ଣ୍ଣ ଶାନ୍ତି ପୂର୍ଣ୍ଣ ଭାବରେ କରାଯିବ ।
ଆଗାମୀ ରଥଯାତ୍ରା ପୂର୍ବରୁ ରତ୍ନଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତିକୁ ଜଗନ୍ନାଥ ସେନା ବିରୋଧ କରିଛି । ଭିତର ରତ୍ନଭଣ୍ଡାରର ସ୍ଥିତି ଅତ୍ୟନ୍ତ ଖରାପ ରହିଛି । ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସଆଇ ରିପୋର୍ଟ ଦେଇଛି ହେଲେ ତାକୁ ଖୋଲି ମରାମତି କରାଯାଉନାହିଁ । ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ କହି ସରକାର ଭକ୍ତଙ୍କୁ ଭୂଆଁ ବୁଲାଉଥିବା ପ୍ରେସ ବିଜ୍ଞପ୍ତିରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ କୁହାଯାଇଛି । ତେଣୁ ଆସନ୍ତା ମାସ ଅକ୍ଟୋବର ୩ତାରିଖରେ ଶ୍ରୀଜଗନ୍ନାଥ ସେନା ତରଫରୁ ଓଡିଶା ବନ୍ଦ କରାଯିବାକୁ ନିଷ୍ପତ୍ତି ହୋଇଛି ।