ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଠି ହୋଇପାରେ ଏକ ଲଘୁଚାପ । ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଠି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ଟ୍ୱିଟ କରାଯାଇ ସୂଚନା ଦିଆଯାଇଛି । ଏହାର ପରବବର୍ତ୍ତୀ ୪୮ଘଣ୍ଟାରେ ଉତ୍ତର ଆଣ୍ଡାମାନସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷା ହୋଇପାରେ ।
ସେପଟେ ଅକ୍ଟୋବରରେ ବାତ୍ୟାକୁ ନେଇ ଯେଉଁ ଚର୍ଚ୍ଚା ହେଉଥିଲା, ସେଭଳି କିଛି ସୂଚନା ନାହିଁ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ତେବେ ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଠି ହୋଇପାରେ । ପରେ ଏହା ଅବପାତ ରୂପ ନେବାର ସମ୍ଭାବନା ରହିଛି । କିନ୍ତୁ ବାତ୍ୟା ହେବାର କୌଣସି ସୂଚନା ଏଯାବତ ହସ୍ତଗତ ହୋଇନାହିଁ ।