ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଆଜି ଶେଷ ହେଉଛି ୨ ହଜାର ଟଙ୍କିଆ ନୋଟ ବଦଳର ଅବଧି । ମେ’ ୧୯ରେ ଏହି ନୋଟ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ମେ’ ୨୩ରୁ ନୋଟ ବଦଳାଇବା ପ୍ରକ୍ରିୟା ଆରମ୍ଭ ହୋଇଥିଲା । ନୋଟ୍ ଗୁଡ଼ିକୁ ବ୍ୟାଙ୍କରେ ବଦଳାଇବା ଓ ଜମା କରିବା ଲାଗି ରିଜର୍ଭ ବ୍ୟାଙ୍କ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସମୟ ଦେଇଥିଲା ଯାହା ଆଜି ଶେଷ ହେଉଛି ।
ଗତ ମେ’ରେ ବଜାରରେ ସାଢ଼େ ତିନି ଲକ୍ଷ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଦୁଇ ହଜାର ଟଙ୍କିଆ ଥିଲା । ବର୍ତ୍ତମାନର ସୂଚନା ଅନୁସାରେ ସେଥିରୁ ୯୩ ପ୍ରତିଶତ ନୋଟ୍ ବ୍ୟାଙ୍କ ପାଖକୁ ଫେରି ଆସିଛି । ଏବେବି ପ୍ରାୟ ୨୪ ହଜାର କୋଟି ଟଙ୍କାର ୨୦୦୦ ଟଙ୍କିଆ ଫେରିନାହିଁ । ତେବେ ୨୦୦୦ ଟଙ୍କିଆ ବଦଳାଇବା ଓ ଜମା କରିବାର ସମୟ ସୀମାକୁ ଆଉ ଏକ ମାସ ବଢ଼ାଇବା ବିଷୟରେ ରିଜର୍ଭ ବ୍ୟାଙ୍କ ବିଚାର କରୁଥିବା ଆଲୋଚନା ହେଉଛି । ପ୍ରବାସୀ ଭାରତୀୟଙ୍କୁ ଆଉ କିଛି ଦିନର ସମୟ ଦେବା ଲାଗି ଏହି ସୀମାକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇପାରେ ।