ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର :ଆଜି ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଜୟନ୍ତୀ। ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ବାପୁ। ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ। ଅହିଂସା ଉପାୟରେ ଦେଶରୁ ଇଂରେଜ ସରକାରଙ୍କୁ ତଡ଼ି ସ୍ବାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ ତାଙ୍କ ନେତୃତ୍ୱରେ ହିଁ ଦେଶ ଇଂରେଜମାନଙ୍କ କବଳରୁ ମୁକ୍ତ ହୋଇପାରିଥିଲା।
ସେହିପରି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଅକ୍ଟୋବର ୨ତାରିଖ ୧୯୦୪ ମସିହାରେ ଜନ୍ମଗ୍ରହଣ କରିଥିଲେ। ଶାସ୍ତ୍ରୀଜୀ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାକିସ୍ତାନ ସହ ଯୁଦ୍ଧଲଢ଼ି ନିଜର ପରାକ୍ରମ ଦେଖାଇପାରିଥିଲା ଭାରତ। ଏହି ଦୁଇ ମହାପୁରୁଷଙ୍କୁ ଜନ୍ମ ଜୟନ୍ତୀରେ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଉଛି ଭାରତ।