ସନଷ୍ଟାର ଟିଭି ବ୍ୟୁରୋ
ପୁରୀ : ବହୁ ବାଦ ବିବାଦ ପରେ ଆଜି ମହାପ୍ରଭୁଙ୍କ ବନକଲାଗି ବେଶ। ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆଶ୍ବିନ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ଦତ୍ତମହାପାତ୍ର ସେବାୟତ ମାନେ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ମହାବାହୁଙ୍କର ଏକ ଗୁପ୍ତ ସେବା ନୀତି। ଏଣୁ ଆପାତତଃ ଅପରାହ୍ମ ୫ଟାରୁ ରାତି ୯ଟା ଯାଏଁ
ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।