ସନଷ୍ଟାର ଟିଭି ବ୍ୟୁରୋ
ସମ୍ବଲପୁର : ଆଜି ପବିତ୍ର ମହାଳୟା। ଏହି ଅବସରରେ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ଧବଳମୁଖି ବେଶରେ ଭକ୍ତଗଣଙ୍କୁ ଦର୍ଶନ ଦେଉଛନ୍ତି। ଭୋର ୪ ଟାରୁ ମା’ଙ୍କ ଆଳତୀ ପରେ ଚାଲିଛି ଧବଳମୁଖି ବେଶ ଦର୍ଶନ। ଏହି ବେଶକୁ ଦେଖିବା ପାଇଁ ସମଲେଶ୍ବରୀ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଛି। ଶ୍ରଦ୍ଧାଳୁମାନେ କିପରି ଶାନ୍ତି ଶୃଙ୍ଖଳାରେ ମା’ଙ୍କୁ ଦର୍ଶନ କରିପାରିବେ, ସେନେଇ ମନ୍ଦିର ଟ୍ରଷ୍ଟବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।