ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଚଳିତ ମାସ ଚତୁର୍ଥ ସପ୍ତାହ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯଦି ଏହି ଲଘୁଚାପ ଓଡ଼ିଶା ଉପକୂଳ ମୁହାଁ ହୁଏ ତେବେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ଆକଳନ କରାଯାଉଛି। ସମ୍ଭାବ୍ୟ ଲଘୁଚାପଟି ୨୪ କିମ୍ବା ୨୫ ତାରିଖ ବେଳକୁ ଉପକୂଳ ନିକଟତର ହେବ ବୋଲି ଜିଏଫ୍ଏସ୍ ମଡେଲ୍ ସୂଚନା ଦେଉଛି।
ବର୍ତ୍ତମାନ ପର୍ଯ୍ୟନ୍ତ ଲଘୁଚାପର ରୂପରେଖ ଓ ତୀବ୍ରତା ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଓଡ଼ିଶା ଉପରେ କୌଣସି ପାଣିପାଗ ନିୟାମକ ନଥିବା ବେଳେ ବିହାର ଠାରୁ ଦକ୍ଷିଣ ବାଂଲାଦେଶ ପର୍ଯ୍ୟନ୍ତ ଏକ ଟ୍ରପଲାଇନ୍ ରହିଛି। ଫଳରେ ଆସନ୍ତା ୧୮ ବେଳକୁ ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।୧୯ରେ ଉତ୍ତର ଓଡ଼ିଶା ସମେତ ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡର କିଛି ଅଞ୍ଚଳରେ ବର୍ଷା ହେବ ।
ସେପଟେ ଶରତ ଆରମ୍ଭ ହୋଇଥିଲେ ମଧ୍ୟ ରାଜ୍ୟରେ ଗରମ ଗୁଳୁଗୁଳି ଜାରି ରହିଛି । ନିଳାଦ୍ରୀବିହାର, ପିଡବ୍ଲୁଡି କଲୋନୀ ଭଳି ଅଞ୍ଚଳରେ ଭିକାରି ଥଇଥାନ କେନ୍ଦ୍ର ରହିଛି। ପ୍ରତ୍ୟେକ କେନ୍ଦ୍ରରେ ଶହେ ଲେଖାଏଁ ଭିକାରୀ ରହିବା ବ୍ୟବସ୍ଥା ରହିଛି।