ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ରଘୁବର ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବରେ ଅବସ୍ଥାପିତ ହେବେ। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ରାଷ୍ଟ୍ରୀୟ ଉପସଭାପତି ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ। ପ୍ରଫେସର ଗଣେଶୀ ଲାଲଙ୍କ ଉତ୍ତରାଧିକାରୀ ଭାବରେ ଶ୍ରୀ ଦାସଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି। ରାଷ୍ଟ୍ରପତି ଭବନରୁ ଏହି ସଂକ୍ରାନ୍ତୀୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ରଘୁବର ୫ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ଝାଡ଼ଖଣ୍ଡର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ। ସେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର ମଧ୍ୟ କାର୍ଯ୍ୟ କରିଛନ୍ତି।