ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ମହାମାୟାଙ୍କ ମହା ନବମୀ। ସୋମବାର ରାଜ୍ୟର ବିଭିନ୍ନ ମଣ୍ଡପରେ ମା’ ଦୁର୍ଗାଙ୍କ ନବମୀ ପୂଜା ଅନୁଷ୍ଠିତ ହେଉଛି। ନବମୀରେ କୁମାରୀ ପୂଜା କରିବାର ବିଧି ରହିଛି। ତେଣୁ କିଛି ମଣ୍ଡପରେ କୁମାରୀ ପୂଜା, ଗୋ-ପୂଜନ କରାଯିବ। ସେହିଭଳି ବଙ୍ଗୀୟ ପରମ୍ପରା ଅନୁସାରେ କେତେକ ମଣ୍ଡପରେ ସିନ୍ଦୁର ଖେଳ ମଧ୍ୟ ହେବାର କାର୍ଯ୍ୟକ୍ରମ ରହିଛି। ମା’ଙ୍କୁ ଝିଅ ଭାବେ ପୂଜା କରିବା ସହ ବଙ୍ଗୀୟ ଢାଞ୍ଚାରେ ସିନ୍ଦୁର ଖେଳ କରାଯାଇଥାଏ। କେତେକ ମଣ୍ଡପରେ ମାଆଙ୍କ ପାଖରେ ଲାଗିହେବ ମାଛ ଭୋଗ। ସଧବା ମହିଳା ବେଶରେ ମାତା ଦୁର୍ଗାକୁ ଝିଅ ରୂପେ ପାଇଲା ପରେ ଆଜି ଘରୁ ବିଦା କରାଯିବାର ପରମ୍ପରା ରହିଛି। ସେପଟେ ପୀଠରେ ଚାଲିଛି ଦଶମୀ ପୂଜା। ଆଜି ମହୀଷାମର୍ଦ୍ଦିନୀ ବେଶରେ ଦର୍ଶନ ଦେବେ ମା’ କଟକ ଚଣ୍ଡୀ।