ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଅଧର୍ମ ଉପରେ ଧର୍ମର ଜୟ। ଅସତ୍ୟ ଉପରେ ସତ୍ୟର ବିଜୟ। ଦୁର୍ଗତୀନାଶିନୀ ମା’ ଦୁର୍ଗାଙ୍କ ଆଜି ଦଶହରା ବା ବିଜୟା ଦଶମୀ। ଗାଁଠୁ ସହର, ସବୁଠି ଦଶଭୂଜାଙ୍କ ଆରାଧନା। ପବିତ୍ର ବିଜୟା ଦଶମୀରେ ପୀଠ ଓ ମଣ୍ଡପରେ ମା’ଙ୍କ ହେଉଛି ମହାପୂଜା।
ମହିଷାମର୍ଦ୍ଦିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାମାୟା। ସକାଳୁ ଉପଚାର ପୂଜା ସହ ଅନୁଷ୍ଠିତ ହେଉଛି ନୀତିକାନ୍ତି। ଅପରାଜିତା ପୂଜା ଶେଷ ପରେ ମଣ୍ଡପରେ ଘଟ ବିସର୍ଜନ ହୋମଯଜ୍ଞ ପାଳିତ ହେବ। ଅପରାଜିତା ପୂଜା, ଅନ୍ନପୂର୍ଣ୍ଣା ଭିକ୍ଷା ଓ ଶେଷରେ ମଣ୍ଡପରେ ଘଟ ବିସର୍ଜନ ବିଧି ପାଳିତ ହେବ।
ମାଆଙ୍କ ଦର୍ଶନ କରି ସୌଭାଗ୍ୟ ଲାଭ କରୁଛନ୍ତି ହଜାର ହଜାର ଭକ୍ତ। ବିଜୟା ଦଶମୀରେ ବଙ୍ଗୀୟ ପରମ୍ପରା ଅନୁଯାୟୀ ବିଭିନ୍ନ ପୂଜା ମଣ୍ଡପରେ ସିନ୍ଦୂରଖେଳ ହେବ। ମହିଳାମାନେ ମା’ ଦୁର୍ଗାଙ୍କୁ ସିନ୍ଦୂର ଲଗାଇ ପରସ୍ପର ମଧ୍ୟରେ ସିନ୍ଦୂର ଖେଳିବେ। ସଂଧ୍ୟାରେ ରାବଣପୋଡି ଅନୁଷ୍ଠିତ ହେବ।