ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଆସନ୍ତା ୩୧ ତାରିଖରେ ଶପଥ ନେବେ ନୂଆ ରାଜ୍ୟପାଳ। ୨୯ ତାରିଖରେ ରାଜଭବନରେ ପହଞ୍ଚିବେ ରଘୁବର ଦାସ। ଓଡିଶାର ରାଜ୍ୟପାଳ ଦାୟିତ୍ୱ ଗ୍ରହଣ ପୂର୍ବରୁ ପ୍ରତିକ୍ରିୟା ରଖିଛନ୍ତି ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। କହିଛନ୍ତି କୌଣସି ଦାୟିତ୍ୱ କଠିନ ନୁହେଁ। ନିଷ୍ଠାର ସହ ଦାୟିତ୍ୱ ତୁଲାଇଲେ ଯେତେ ବଡ କାମ ବି ସହଜରେ କରି ହୋଇଥାଏ।
ଏହାସହ ସେ କହିଛନ୍ତି, ବିଜେପି ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି, ଜନତା ପ୍ରେମର ସହ ଯାହା ଦାୟିତ୍ୱ କାନ୍ଧରେ ଦେଇଛନ୍ତି, ତାକୁ ନିଷ୍ଠାର ସହ ସେ ନିର୍ବାହ କରିଛନ୍ତି। ଆଗକୁ ଓଡିଶା ସରକାରଙ୍କ ସହ ମିଶି ରାଜ୍ୟର ବିକାଶ ପାଇଁ କାମ କରିବେ ବୋଲି ରଘୁବର ଦାସ କହିଛନ୍ତି। ତେବେ ଆଜି ଅପରାହ୍ନରେ ବର୍ତ୍ତମାନର ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ରାଜଭବନରେ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆହେବାକୁ ଥିବା ବେଳେ ଏହି ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବରେ ରାଜଭବନ ଅଧିକାରୀ ମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।