ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଆଜି ଠାରୁ ପାଳନ ହେବ ମାଣ୍ଡିଆ ଦିବସ। ମିଲେଟ ସହ ଯୋଡି ହେବ ସାରା ଦେଶ। ଆଜିଠୁ ଭୁବନେଶ୍ବର ଜନତା ମୈଦାନରେ ଦୁଇ ଦିନିଆ ଆନ୍ତର୍ଜାତିକ ମିଲେଟ୍ ସମ୍ମିଳନୀ। ଓଡ଼ିଶା ମିଲେଟ୍ ମିଶନକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଦୁଇ ଦିନିଆ ଆନ୍ତର୍ଜାତିକ ମିଲେଟ୍ ସମ୍ମିଳନୀ ଆୟୋଜନ କରୁଛି। ଜନତା ମୈଦାନରେ ମୁଖ୍ୟମନ୍ତ୍ରୀ ଏହି ସମ୍ମିଳନୀର ଉଦ୍ଘାଟନ କରିଛନ୍ତି।

ଏହି ସମ୍ମିଳନୀରେ ପୂରାଦେଶ ପାଇଁ ସମ୍ମିଳନୀରେ ମିଲେଟ୍ ପଲିସି ରୋଡମ୍ୟାପ୍ ପ୍ରସ୍ତୁତ ହେବ। ମାଣ୍ଡିଆ ଚାଷୀଙ୍କୁ ସ୍ବତନ୍ତ୍ର ପ୍ରୋତ୍ସାହନ ସହ ଘରେଘରେ ମିଲେଟ୍ ବ୍ୟବହାର ବୃଦ୍ଧି ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଲକ୍ଷ୍ୟ ରଖିଛି। ଦୁଇଦିନିଆ ଆନ୍ତର୍ଜାତିକ ସମ୍ମିଳନୀରେ ରାଉଣ୍ଡ ଟେବୁଲ ବୈଠକ, ବିଟୁ ବି ମିଟିଂ, ଖାଦ୍ୟ ମହୋତ୍ସବ, ମିଲେଟ୍ ଉପରେ କୁଇଜ ଓ ରନ୍ଧନ ପ୍ରତିଯୋଗିତା ହେବ ।
ଜାତିସଂଘର ବିଭିନ୍ନ ସଂସ୍ଥା, କୃଷି ସଂଗଠନ, ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମ, ଇଣ୍ଟରନ୍ୟାସନାଲ ଫଣ୍ଡ ଫର ଏଗ୍ରିକଲଚରାଲ ଡେଭଲପମେଣ୍ଟ, ଆଫ୍ରିକୀୟ ଓ ୟୁରୋପୀୟ ଦେଶର କୃଷି ପରାମର୍ଶଦାତା ସାମିଲ ହେବେ। ଗ୍ରାମୀ ପୁରସ୍କାର ବିଜେତା ରିକି କେଜ୍, ଖାତନାମା ସେଫ୍ ବିକାଶ ଖାନ୍ନା ପ୍ରମୁଖ ସାମିଲ ହେବେ। ୨୦୧୭ରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ମିଲେଟ ମିଶନ ଆରମ୍ଭ କରିଛି। ବୈଜ୍ଞାନିକ ପଦ୍ଧତି ଏବଂ ପାରମ୍ପରିକ ଜ୍ଞାନକୌଶଳର ମିଶ୍ରଣରେ ଓଡ଼ିଶାର ୩୦ଟି ଜିଲ୍ଲାର ୧୭୭ ବ୍ଲକକୁ ସଂପ୍ରସାରଣ କରାଯାଇଛି ମିଲେଟ୍ ଚାଷ। ଦିନକୁ ଦିନ ମିଲେଟ ମିଶନ ସଫଳତାର ସିଡ଼ି ଚଢୁଛି। ଆଗମୀ ଦିନରେ ଏହି ପଲିସି ରୋଡମ୍ୟାପ୍ ବେଶ୍ ସହାୟକ ହେବ।