ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ରାଜ୍ୟରେ ଖସୁଛି ପାରଦ, ଧୀରେଧୀରେ ବଢୁଛି ଶୀତ। ରାଜ୍ୟରେ ତାପମାତ୍ରା ଖସିବା ଆରମ୍ଭ ହୋଇଛି। ଦେଶର ମଧ୍ୟଭାଗରେ ଏକ ଗୁରୁଚାପବଳୟ ସକ୍ରିୟ ହେଉଥିବାରୁ ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଶୁଷ୍କ-ଥଣ୍ଡା ବାୟୁ ପ୍ରବାହିତ ହେଉଛି।
ଅନେକ ସ୍ଥାନରେ ୧-୨ ଡିଗ୍ରୀ ତାପମାତ୍ରା ହ୍ରାସ ହୋଇଥିବା ବେଳେ ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରାରେ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ଘନ କୁହୁଡ଼ି ମଧ୍ୟ ଦେଖାଦେଉଛି । ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ।
୧୪ ତାରିଖ ପରେ ଶୀତ ଆହୁରି ବଢିପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ ଡିଗ୍ରୀ ତାପମାତ୍ରା କମିବା ସମ୍ଭାବନା ରହିଛି। ସେପଟେ ଦୀପାବଳିରେ ପାଗ ଅନୁକୂଳ ରହିବ। ବର୍ଷା ହେବାର ଆଶଙ୍କା ମଧ୍ୟ ନାହିଁ।