ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଫାଇନାଲ ରେ ଭାରତ। ମୁମ୍ବାଇରେ ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଆଜି ପ୍ରଥମ ସେମିଫାଇନାଲ୍ ମୁକାବିଲା ଖେଳାଯାଇଥିଲା। ପ୍ରଥମ ସେମିରେ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ଭାରତୀୟ ଟିମ୍ । ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୪ ୱିକେଟ ହରାଇ ୩୯୭ ରନ କରିଥିଲା। ଏହି ମ୍ୟାଚ ଜିତିବାକୁ ହେଲେ ନ୍ୟୁଜିଲାଣ୍ଡକୁ ୩୯୮ରନର ଆବଶ୍ୟକତା ରହିଥିଲା।ହେଲେ ନ୍ୟୁଜିଲାଣ୍ଡ ୪୮.୫ ଓଭରରେ ସମସ୍ତ ୱିକେଟ ହରାଇ ୩୨୭ ରନ କରିବାକୁ ସକ୍ଷମ ହୋଇଥିଲା। ଫଳରେ ଭରାତ ୭୦ ରନରେ ନ୍ୟୁଜିଲ୍ୟାଣ୍ଡ ଠାରୁ ଆଜିର ମ୍ୟାଚ ଜିତିବା ସହ ବିଶ୍ବକପ ଫାଇନାଲରେ ପ୍ରବେଶ କରିଛି। ଏଥିସହ ୨୦୧୯ର ବଦଲା ନେଇଛି ଭାରତ ।