ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ବଢ଼ିଲା ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କ ଅଡୁଆ। ମହିଳା ଆଇଆଇସିଙ୍କୁ ଆକ୍ରମଣ ମାମଲାରେ ଆଗୁଆ ଜାମିନ ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ। ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି। ସେହିପରି ସମ୍ବଲପୁର ସଦର ତହସିଲଦାରଙ୍କୁ ଧମକ ଦେବା ଓ ଦୁର୍ବ୍ୟବହାର ନେଇ କ୍ଷେତରାଜପୁର ଥାନାରେ ମାମଲା ରୁଜ୍ଜୁ ହୋଇଥିଲା। ଏହି ମାମଲାରେ ହାଇକୋର୍ଟ ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି। ଏହାସହିତ ଅଭିଯୁକ୍ତ ତଳ କୋର୍ଟରେ ଆତ୍ମସମର୍ପଣ କରି ନିୟମିତ ଜାମିନ ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଦେବବ୍ରତ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି।