ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍ର ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ୩ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିଛି। ସେହିପରି ଇଲୋକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ବେଳେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏକ ପ୍ରସ୍ତାବ ମଧ୍ୟ ଅନୁମୋଦନ ହୋଇଛି। ଏ ନେଇ ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ସୂଚନା ଦେଇଛନ୍ତି।