ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଆଜିଠୁ ରାୟଗଡାରେ ଗଡିବ ଲକ୍ଷ୍ମୀ ବସ। ଭରଚୁଆଲ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ଜିଲ୍ଲାରେ ୧୧ଟି ବ୍ଲକ ମଧ୍ୟରେ ବସ ଚଳାଚଳ ହେବ। ଯୋଗାଯୋଗ ବ୍ୟବସ୍ଥା ନଥିବା ୧୮୨ଟି ପଞ୍ଚାୟତର ୩୯ଟି ରୁଟରେ ୫୨ ଗୋଟି ଲକ୍ଷ୍ମୀ ବସ ଯାତାୟାତ କରିବ। ଏହାଦ୍ବାରା ୯ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ। କମ ଦାମରେ ଦୁଆରୁ ସହରକୁ ଯାଇପାରିବେ ଜନସାଧାରଣ। ଲକ୍ଷ୍ମୀ ବସ ପିଲାଙ୍କୁ ସ୍କୁଲ, ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ। ସବୁ ପଞ୍ଚାୟତକୁ ବସ୍ ଯିବ। ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବା ସହ ବିକାଶର ଗାଡିକୁ ଆହୁରି ଜୋରରେ ଆଗକୁ ନେବ।