ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ରାଜ୍ୟର ପ୍ରଥମ ଶିକ୍ଷାନୁଷ୍ଠାନ ଭାବେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା ମିଳିଛି। NAAC(National Assessment and Accreditation Council) ରାଙ୍କ୍ରେ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ଏହି ମାନ୍ୟତା ମିଳିଛି।
ସୂଚନାଥାଉ କି, କିଛି ଦିନ ପୂର୍ବେ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲା ନାକ୍ ଟିମ। ନାକ୍ର ଏକ କମିଟି ଗତ ୨୦ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଧ୍ୟାନ କରିଥିଲେ। ନାକ୍ ମାନ୍ୟତାରେ ଉନ୍ନତି ଆଣିବା କ୍ଷେତ୍ରରେ ରେଭେନ୍ସା କଣ ପଦକ୍ଷେପ ନେଇଛନ୍ତି । ଏନେଇ ଟିକିନିଖି ଅନୁଧ୍ୟାନ କରିଥିଲେ ନାକ ଟିମ। ନାକ୍ ଟିମ ପହଞ୍ଚିବା ପରେ ରେଭେନ୍ସାର ଭିତ୍ତିଭୂମି ସହ, ସ୍ୱାସ୍ତ୍ୟ ,ଶିକ୍ଷା, ଖାଦ୍ୟ, ପରିମଳ ଓ ବିଭିନ୍ନ ବିଭାଗ ବୁଲି ସ୍ଥିତି ଅନୁଧ୍ୟାନ କରିଥିଲେ। ଅନ୍ୟ ପକ୍ଷରେ କୁଳପତିଙ୍କ ସମେତ ବିଭିନ୍ନ ବିଭାଗର ଫ୍ୟାକଲଟି ଓ ଛାତ୍ରଛାତ୍ରୀ ଙ୍କ ସହ ସିଧାସଳଖ ଆଲୋଚନା ମଧ୍ୟ କରିଥିଲେ।