ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସାଙ୍ଗକୁ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିବା ସହ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସ ଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ ପାଇଁ ନୂତନ ରାସ୍ତାର ଜମି ଅଧିଗ୍ରହଣ ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି।
ସେହିପରି ସେହି ରାସ୍ତା ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ମ୍ୟାପକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି। ରାସ୍ତା ପାଇଁ ଯେଉଁ ଜମି ଅଧିଗ୍ରହଣ ହେବ ସେସବୁ ସ୍ଥାନକୁ ବୁଲି ଦେଖିବା ସହ କାର୍ଯ୍ୟ ଶେଷ ନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ କାର୍ତ୍ତିକ ପାଣ୍ଡିଆନ। ପୁରୀ ଜିଲ୍ଲାପାଳ, ଏସପି, ଉପଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀ ଉପସ୍ଥିତ ରହି ଚାଲିଥିବା କାର୍ଯ୍ୟ ବାବଦରେ ସୂଚନା ଦେଇଥିଲେ।