ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଦିନକ ପାଇଁ ବଢ଼ିଲା ଐତିହାସିକ କଟକ ବାଲିଯାତ୍ରା। ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଶେଷ ହୋଇଥାନ୍ତା ବାଲିଯାତ୍ରା। ହେଲେ ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଆଉ ଦିନେ ବଢ଼ିଛି କଟକ ବାଲିଯାତ୍ରା ଅବଧି। ବାଲିଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନ ସମାଗମ ହେଉଛି। ଉପର ଓ ତଳ ବାଲିଯାତ୍ରା ପଡିଆରେ ଚଟପଟା ଖାଇବା ସାଙ୍ଗକୁ ବିଭିନ୍ନ ଘରକରଣା ସାମଗ୍ରୀ କିଣିବାକୁ ଲୋକଙ୍କ ଖଚାଖଚ ଭିଡ଼ ଜମୁଛି। ଏହାଛଡ଼ା ଦୋଳି ଓ ଅନ୍ୟ ରୋମାଞ୍ଚକର ଅନୁଭୂତି ମଧ୍ୟ ନେଉଛନ୍ତି ଜନସାଧାରଣ।