ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଳଚେରରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍ଘାଟନ କରିଛନ୍ତି। ପ୍ରତି ଜୀବନ ମୂଲ୍ୟବାନ ମନ୍ତ୍ରକୁ ଆଦର୍ଶ କରି ଏହି ହସ୍ପିଟାଲ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।
ତାଳଚେରକୁ ସଂଗ୍ରାମ ଓ ସ୍ୱାଭିମାନର ଭୂମି ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଆଗାମୀଦିନରେ ଏହି ମେଡିକାଲକୁ ଏକ କଲେଜରେ ପରିଣତ କରାଯିବ। ସ୍ୱାସ୍ଥ୍ୟସେବା ସବୁବେଳେ ଆମର ଫୋକସ୍ ହୋଇ ରହିଛି। ରାଜ୍ୟରେ ଗତ କିଛି ବର୍ଷ ମଧ୍ୟରେ ମେଡିକାଲ୍ କଲେଜ, ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କ ସଂଖ୍ୟା ବଢିଛି। ନୂଆ ନୂଆ ଚିକିତ୍ସା ସେବା ଉପଲବ୍ଧ ହେବା ଫଳରେ ସରକାରୀ ହସ୍ପିଟାଲ ଉପରେ ଏବେ ଲୋକଙ୍କ ଆସ୍ଥା ବୃଦ୍ଧି ପାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।