ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର : ସୋମବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଓଢ଼ଣୀ ଷଷ୍ଠୀ। ମହାପ୍ରଭୁଙ୍କ ମାନବୀୟ ଲୀଳା ମଧ୍ୟରେ ପ୍ରାବରଣ ଷଷ୍ଠୀ ଉତ୍ସବ ହେଉଛି ଅନ୍ୟତମ ଲୀଳା। ମାର୍ଗଶିର ଶୁକ୍ଳପକ୍ଷ ଷଷ୍ଠୀ ଓଢ଼ଣୀ ଷଷ୍ଠୀ ନାମରେ ପରିଚିତ। ଏହି ସମୟରୁ ଅଧିକ ଶୀତ ଅନୁଭୂତ ହେଉଥିବାରୁ ମହାପ୍ରଭୁଙ୍କର ଘୋଡଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଶ୍ରୀକ୍ଷେତ୍ରର ସମସ୍ତ ଦେବାଦେବୀଙ୍କୁ ଘୋଡଲାଗି ଅନୁଷ୍ଠିତ ହୋଇଥାଏ। ମହାପ୍ରଭୁ ଏହିଦିନ ନୂତନ ଘୋଡ଼ ପରିଧାନ କରିଥାନ୍ତି।
ପ୍ରତିବର୍ଷ ଏହା ନୂତନ ଭାବେ ନିର୍ମିତ କରାଯାଇଥାଏ। ଘୋଡ଼ଲାଗି ଆଜିଠାରୁ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ଚାଲିବ। ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କ ଘୋଡ଼ ଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଶ୍ରୀମନ୍ଦିରର ପାରମ୍ପରିକ ଦରଜି ସେବାୟତଙ୍କ ଦ୍ଵାରା ଶୀତ ବସ୍ତ୍ର ପ୍ରସ୍ତୁତ କରାଯାଇଛି। ପତନୀ , ଗୀତ ଗୋବିନ୍ଦ ପାଟ ଏବଂ ସୂତା ପାଟରେ ଠାକୁରଙ୍କ ନୂତନ ବସ୍ତ୍ର ତିଆରି କରାଯାଇଛି।