ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର ; “ଭାଷା ହିଁ ଭବିଷ୍ୟତ”, ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କରିଛନ୍ତି । ଯାହାର କି ଟ୍ୟାଗଲଇନ ରହିଛି “ଭାଷା ହିଁ ଭବିଷ୍ୟତ” । ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ବୁଦ୍ଧିଜୀବୀ,ଗବେଷକ,ବିଦ୍ୱାନ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଏକ ଭଲ ପ୍ଳାଟଫର୍ମ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସ ବ୍ୟକ୍ତ କରିଥିବା ବେଳେ, ଭାଷା ସମ୍ମିଳନୀର ସଫଳତା ମଧ୍ୟ କାମନା କରିଛନ୍ତି ।