ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଗାନ୍ଧୀବାଦୀ ଗଣ ସଙ୍ଗଠନ ସମୁହଙ୍କ ପକ୍ଷରୁ ଆମ ରାଜ୍ୟର ପ୍ରମୁଖ ଗାନ୍ଧୀ ତଥା ସର୍ବୋଦୟ ସାହିତ୍ୟର ପ୍ରକାଶକ ଉତ୍କଳ ଗାନ୍ଧୀ ସ୍ମାରକ ନିଧି ପକ୍ଷରୁ “ଗାନ୍ଧୀଙ୍କ ରାମ” ପୁସ୍ତକ ଆସନ୍ତାକାଲି ୨୨ ଜାନୁଆରୀ ୨୦୨୪ ରିଖ ସୋମବାର ଦିବା ୧୧ ଘଟିକା ସମୟରେ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକ ଠାରେ ଉନ୍ମୋଚନ କରାଯିବ। ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଗାନ୍ଧୀବାଦୀ ନେତ୍ରୀ କୃଷ୍ଣା ମହାନ୍ତି, ପ୍ରଫେସର ମନୋରଞ୍ଜନ ମହାନ୍ତି, ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ରାଜ୍ୟ ସଭାପତି ଜଷ୍ଟିସ ମନୋରଞ୍ଜନ ମହାନ୍ତି, ଲୋହିଆ ଏକାଡେମୀର ସମ୍ପାଦକ ଦେବପ୍ରସାଦ ରାୟ, ଉତ୍କଳ ଗାନ୍ଧୀ ସ୍ମାରକ ନିଧିର ସମ୍ପାଦକ ଜୟନ୍ତ କୁମାର ଦାସ, ଉତ୍କଳ ସର୍ବୋଦୟ ମଣ୍ଡଳର ସଭାପତି ମିହିର ପ୍ରତାପ ଦାସ, କେନ୍ଦ୍ରୀୟ ଗାନ୍ଧୀ ସ୍ମାରକ ନିଧିର ଟ୍ରଷ୍ଟି ଡଃ ବିଶ୍ଵଜିତ ସମେତ ରାଜ୍ୟର ପ୍ରମୁଖ ବ୍ୟକ୍ତିବିଶେଷ ଉପସ୍ଥିତ ରହିବେ।