SunstarTV
ଭୁବନେଶ୍ୱର:ଆଜି ଠାରୁ +୨ କଳା ଓ ବାଣିଜ୍ୟ ବିଭାଗର ପରୀକ୍ଷା ଆରମ୍ଭ ହେବ। ଉଭୟ ବିଭାଗର ପ୍ରଥମ ଦିନ ମାତୃଭାଷା ପରୀକ୍ଷା ରହିଛି। କଳା ବିଭାଗରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦ଜଣ ଓ ବାଣିଜ୍ୟରେ ୨୬ ହଜାର ୮୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଫର୍ମ ପୂରଣ କରିଛନ୍ତି। ପରୀକ୍ଷାରେ କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍ ବିଭିନ୍ନ ସ୍ଥାନରେ ଯାଞ୍ଚ କରିଛନ୍ତି। ଏହାସହ କଣ୍ଟ୍ରୋଲ ରୁମ୍ରୁ ସିସିଟିଭି ଲାଇଭ୍ ଷ୍ଟ୍ରିମିଂ ଦେଖି ପରିଷଦ ପକ୍ଷରୁ ପରୀକ୍ଷା ନିରୀକ୍ଷଣ କରାଯାଇଛି। ପରୀକ୍ଷା ସମୟରେ କୌଣସି ତ୍ରୁଟି ନ ହେବା ପାଇଁ ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଥିବା ପରୀକ୍ଷା ନିୟନ୍ତ୍ରକ ପ୍ରକାଶ କରିଛନ୍ତି।
ସେପଟେ ଗତ କାଲି ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଇଛନ୍ତି ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀ।
ପରୀକ୍ଷା ସମୟରେ କିମ୍ବା ପୂର୍ବରୁ ସୋସିଆଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ୱାସ ନ କରିବାକୁ ପରାମର୍ଶ ଦେଇଛନ୍ତି ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ।
ମୋଟ ୧୯ଟି ସିଟିଂରେ ହେବ ପରୀକ୍ଷା। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ହିଁ ପରୀକ୍ଷା ହେବ ।
ତ୍ରିସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା ହୋଇଛି। ପ୍ରଶ୍ନପତ୍ର ବିଭ୍ରାଟ ହେବ ନାହିଁ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ। ପରୀକ୍ଷା ଆରମ୍ଭ ୧୦ଟାରେ ହେବ। ୩୦ ମିନିଟ ପୂର୍ବରୁ ସେଣ୍ଟରରେ ପହଞ୍ଚିବେ ଛାତ୍ରଛାତ୍ରୀ । ୧୫ ମିନିଟ୍ ପୂର୍ବରୁ ପରୀକ୍ଷା ହଲରେ ପହଞ୍ଚିବା ପାଇଁ ସୂଚନା ଦିଆଯାଇଛି।
ପ୍ରଶ୍ନପତ୍ର ଏବଂ ଉତ୍ତର ଖାତାକୁ ସଠିକ ଭାବେ ଯାଞ୍ଚ କରିବା କୁ ପିଲାମାନଙ୍କୁ ତାଗିଦ କରାଯାଇଛି। ଉତ୍ତର ଖାତାରେ ଠିକ ଭାବେ ନିଜ ରୋଲ ନମ୍ବର ଏବଂ ରେଜିଷ୍ଟ୍ରେସନ ନମ୍ବର ପୂରଣ କରିବା ଦରକାର । ପରୀକ୍ଷାରେ କୌଣସି ତ୍ରୁଟି ନହେଉ ସେଥିପାଇଁ ପୁରା ବ୍ୟବସ୍ଥା ହୋଇଛି। ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଛି ।