Sunstartv
ଭୁବନେଶ୍ୱର : ଆଜିଠୁ ୪ ଦିନିଆ ଓଡ଼ିଶା ଗ୍ରସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମିଳିଥିବା ସୂଚନା ଅନୁସାରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ ଘଟିଛି। ଅପରାହ୍ଣ ସାଢ଼େ ୨ଟାରେ ରାଷ୍ଟ୍ରପତି ପାଣ୍ଡରଶିଳ ଗାଁରେ ବାୟୁସେନାର ସ୍ୱତନ୍ତ୍ର ହେଲିକ୍ୟାପ୍ଟର୍ରେ ପହଞ୍ଚିବା ପରେ ମୟୂରଭଞ୍ଜର ଅଧିଷ୍ଠାତ୍ରୀ ଦେବୀ ମା’ କିଚକେଶ୍ୱରୀଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏହି ପରିବର୍ତ୍ତିତ କାର୍ଯ୍ୟକ୍ରମ ନେଇ ରାଷ୍ଟ୍ରପତି ଭବନରୁ ଫୋନ ଯୋଗେ ଖିଚିଂ ମନ୍ଦିର କାର୍ଯ୍ୟାଳୟକୁ ସୂଚନା ଦିଆଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୂର୍ବାଞ୍ଚଳ ଆଇଜି ସହ ବରିଷ୍ଠ ପୁଲିସ ଅଧିକାରୀମାନେ ଖିଚିଂ ପରିଦର୍ଶନ କରି ତଦାରଖ କରିଛନ୍ତି।
ଅପରାହ୍ମରେ ରାଇରଙ୍ଗପୁରରେ ପହଞ୍ଚିବେ ମହାମହିମ। ମୟୂରଭଞ୍ଜ ସମେତ କେନ୍ଦୁଝର, କଟକ, ଭୁବନେଶ୍ବର, ସମ୍ବଲପୁର ଓ ବ୍ରହ୍ମପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ସୂଚନା ରହିଛି । ରାଇରଙ୍ଗପୁରରେ ରାଷ୍ଟ୍ରପତି ବିଭିନ୍ନ ପ୍ରକଳ୍ପର ଶିଳାନ୍ଯାସ ଓ ଉଦଘାଟନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।
ପୂର୍ବ ସୂଚନା ଅନୁସାରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲାରେ ୨ଦିନ ରହଣୀ ସାଙ୍ଗକୁ କେନ୍ଦୁଝର, କଟକ, ଭୁବନେଶ୍ୱର, ବ୍ରହ୍ମପୁର ଓ ସମ୍ୱଲପୁରଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆସନ୍ତାକାଲି ରାଇରଙ୍ଗପୁରରେ ନିଜ ବାସଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି। ମୟୂରଭଞ୍ଜ ଜିଲ୍ଲାରେ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ୧୫ ପ୍ଲାଟୁନ୍ ଫୋର୍ସ ମୁତୟନ ରହିବେ।
୨୯ ତାରିଖରେ କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟରେ କେନ୍ଦୁଝରର ଜନଜାତିଙ୍କ ଉପରେ ଆୟୋଜିତ ଆଲୋଚନାଚକ୍ରକୁ ଉଦ୍ଘାଟନ କରିବେ ରାଷ୍ଟ୍ରପତି। ଅପରାହ୍ଣ ୫ଟା ୨୦ରେ ରାଷ୍ଟ୍ରପତି ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ଭୁବନେଶ୍ୱର ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ହେବେ। ଯାହା ପାଇଁ ଆଜି ଠାରୁ ହିଁ ବିଶ୍ୱ ବିଦ୍ୟାଳୟ ଉଠୁଛି ପଡୁଛି। ସମସ୍ତ ଆୟୋଜନ ମଧ୍ୟ ଶେଷ ପର୍ଯ୍ୟାୟ ରେ ।
୬ଟା ୫୪ରେ ସେ ରାଜଭବନରେ ପହଞ୍ଚି ସେଠାରେ ପହଞ୍ଚି ରାତ୍ରଭୋଜନ କରିବା ସହ ରହିବେ। ମାର୍ଚ୍ଚ ୧ ତାରିଖରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ଅପରାହ୍ଣ ୪ଟା ୫ରେ କଟକରେ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ।
୨ ତାରିଖ ସକାଳ ୧୦ଟା ୧୦ରେ ଝାଡ଼ସୁଗଡ଼ା ବିମାନବନ୍ଦରରେ ଓହ୍ଲାଇ ସିଧା ସମ୍ୱଲପୁର ଜିଲ୍ଲା ଗସ୍ତରେ ଯିବେ ରାଷ୍ଟ୍ରପତି। ସେଠାରେ ସନ୍ଥକବି ଭୀମଭୋଇଙ୍କ ଦିବ୍ୟଜ୍ୟୋତି ଦର୍ଶନ ସହ ବିଭିନ୍ନ ସ୍ଥାନ ପରିଭ୍ରମଣ କରିବେ। ଏହାସହ ସମ୍ବଲପୁର ମିନି ଷ୍ଟାଡିୟମରେ ମହିମା ସମ୍ପ୍ରଦାୟ ଅନୁଗାମୀଙ୍କ ସହ ଭେଟିବେ ବୋଲି କାର୍ଯ୍ୟସୂଚୀରେ ସ୍ଥିର କରାଯାଇଛି।