Sunstar Tv
DA Hike: ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ୪ ପ୍ରତିଶତ ଡିଏ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ୪%କୁ ବୃଦ୍ଧି ଘୋଷଣା କରିଛନ୍ତି ।
ବର୍ଦ୍ଧିତ ଡିଏ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ । ରାଜ୍ୟ କର୍ମଚାରୀଙ୍କ ଡିଏ ୪୬ % ରୁ ବଢ଼ି ୫୦ % ହେଲା ।
ରାଜ୍ୟ ସରକାର ଏହି ହାରକୁ ୪୬%ରୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ସପକ୍ଷରେ ଯଥାକ୍ରମେ ୪ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।
ବର୍ଦ୍ଧିତ ଡିଏ ୦୧.୦୧.୨୦୨୪ ରୁ ପିଛିଲା ଭାବେ ଲାଗୁ କରାଯିବ । ଏହା ଦ୍ୱାରା ଉପକୃତ ହେବେ ୪.୫ ଲକ୍ଷ ରାଜ୍ୟ ସରକାରୀ କର୍ମଚାରୀ ଏବଂ ୩.୫ ଲକ୍ଷ ପେନସନଭୋଗୀ ।
ସେହି ପରି ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ ।
ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ, କୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକ ମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।