SunstarTV
ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ। ସକାଳ ୫.୨୩ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଗତକାଲି ତାଙ୍କ ବ୍ରେନ୍ ଡେଡ୍ ହୋଇଥିବାର ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଥିଲେ। ତେବେ ଏକ ଘରୋଇ ହସ୍ପିଟାଲରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ତେବେ ଆଜି ତାଙ୍କ ମୃତ୍ୟୁ ପରେ ଓଡ଼ିଶା ରାଜନୀତିରେ ଗୋଟିଏ ଯୁଗର ଅନ୍ତ ହୋଇଛି ବୋଲି ଆଲୋଚନା ହେଉଛି । ଏକଦା ବିଜେଡିର ତୁଣ୍ଡ ବୋଲାଉଥିବା ଦାମ ସବୁଦିନ ପାଇଁ ନୀରବି ଯାଇଛନ୍ତି ।
ସୂଚନାମୁତାବକ ହୃଦଘାତ ପରେ ତାଙ୍କ ଅବସ୍ଥା ଗୁରୁତର ହୋଇପଡିଥିଲା । ଗତ ୧୮ ତାରିଖରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ସେହିପରି ୩ ମାସ ତଳେ ବରିଷ୍ଠ ନେତା ଦାମୋଦର ରାଉତ ମଧ୍ୟ ଅସୁସ୍ଥ ହୋଇପଡିଥିଲେ। ଯକୃତରେ ପାଣି ଜମି ଯାଇଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ଏହି ସମୟରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ହେଲେ ଆଜି ଭେଟେରାନ ନେତା ସବୁ ଦିନ ପାଇଁ ଚିର ନିଦ୍ରାରେ ଶୋଇପଡ଼ିଛନ୍ତି।
ମୋଦର ରାଉତ ଦେହାନ୍ତରେ ବିଜେଡି ସୁପ୍ରିମୋ ମଧ୍ୟ ଟ୍ବିଟ ଯୋଗେ ସମବେଦନା ଜଣାଇଛନ୍ତି । ସେ ଲେଖିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। ଶେଷ ଦର୍ଶନ ପାଇଁ ଦାମଙ୍କ ବାସଭବନରେ ଅନେକ ନେତାଙ୍କ ସୁଅ ଛୁଟୁଛି।
ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ସମବାୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଲେଖିଛନ୍ତି ଡାକ୍ତର ଦାମୋଦର ରାଉତଙ୍କ ବିୟୋଗ ଖବର ପାଇ ମୁଁ ମର୍ମାହତ । ଡାକ୍ତର ରାଉତ ଜଣେ ଦୃଢ ମାନସିକ ବ୍ୟକ୍ତି ,ଓଡିଶା ରାଜନୀତିର ଜଣେ ମହାଦ୍ରୁମ , ୭ଥର ବିଧାନସଭାକୁ ନିର୍ବାଚିତ ହେବା ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ , ପଚାଂୟତିରାଜ , ସମବାୟ , କୃଷି ଆଦି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ହୋଇ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ସେ ଜଣେ ବିଜୁ ଅନୁଗାମୀ ଓ ବିଜୁ ଚିନ୍ତାଧାରାର ଦୃଢ ସମର୍ଥକ ଥିଲେ । ତାଙ୍କର ବିୟୋଗ ରାଜ୍ୟ ଓ ରାଜନୀତି ପୀଇଁ ଏକ ଅପୁରଣୀୟ କ୍ଷତି ।
ମୁଁ ତାଙ୍କର ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦ୍ଗତି ପାଇଁ ଇଶ୍ୱରଙ୍କ ପାଖରେ ପ୍ରାର୍ଥନା କରୁଛି । ଓମ୍ ଶାନ୍ତି
ଏହାସହ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଡା.ଦାମୋଦର ରାଉତଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ଜୟ ନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।