SUNSTARTV
ଚଳିତ ବର୍ଷ ସାଧାରଣ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ଉଭୟ ବିଧାନସଭା ଓ ଲୋକସଭା ପାଇଁ ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ପୂର୍ବରୁ ବିଜେପି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଥିବା ବେଳେ ଆଜି ବିଜେଡି ତାର ପ୍ରାର୍ଥୀ ତାଲିକା ଘୋଷଣା କରିଛି ।
ତେବେ ଏହି ପର୍ଯ୍ୟାୟରେ ବିଜେଡି ୯ ଟି ଲୋକସଭା ଆସନ ଏବଂ୭୨ ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଲୋକସଭା ଆସନ ପାଇଁ ବିଜେଡି ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସକୁ ଟିକେଟ ଦେଇଥିବା ବେଳେ , କଳାହାଣ୍ଡିରୁ ଲମ୍ବୋଦର ନିଆଲ, ସୁନ୍ଦରଗଡ଼ରୁ ଦିଲୀପ ତିର୍କୀ, ମୟୂରଭଞ୍ଜରୁ ସୁଦାମ ମାରାଣ୍ଡି, କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତି, ନବରଙ୍ଗପୁରରୁ ପ୍ରଦୀପ ମାଝୀ, ଭୁବନେଶ୍ବରରୁ ମନ୍ମଥ ରାଉତରାୟ, କୋରାପୁଟରୁ କୌଶଲ୍ୟା ମାଝୀ, ଏବଂ ଆସିକାରୁ ରଂଜିତା ସାହୁଙ୍କୁ ବିଜେଡି ପ୍ରାର୍ଥୀ କରିଛି।
ସେହିପରି ବିଧାନସଭା ଆସନ ପାଇଁ ବିଞ୍ଝାରପୁରରୁ ପ୍ରମିଳା ମଲ୍ଲିକ ଟିକେଟ ଦେଇଥିବା ବେଳେ ଧର୍ମଶାଳାରୁ ପ୍ରଣବ ବଳବନ୍ତରାୟ, ଯାଜପୁରରୁ ସୁଜାତା ସାହୁ, ସୁକିନ୍ଦାରୁ ପ୍ରୀତିରଞ୍ଜନ ଘଡେଇ, ଢେଙ୍କାନାଳରୁ ସୁଧୀର ସାମଲ, କାମାକ୍ଷାନଗରରୁ ପ୍ରଫୁଲ କୁମାର ମଲ୍ଲିକ, ପରଜଙ୍ଗରୁ ନୃସିଂହ ସାହୁ, ପାଲଲହଡାରୁ ମୁକେଶ ପାଲ,ଛେଣ୍ଡିପଦାରୁ ସୁଶାନ୍ତ କୁମାର ବେହେରା,ସୋନପୁରରୁ ନିରଞ୍ଜନ ପୂଜାରୀ, ଲୋଇସିଂହାରୁ ନିହାର ରଞ୍ଜନ ବେହେରା, ପାଟଣାଗଡରୁ ସରୋଜ ମେହେର, ବଲାଙ୍ଗୀରରୁ କଳିକେଶ ନାରାୟଣ ସିଂହଦେଓ, ଟିଟିଲାଗଡରୁ ଟୁକୁନି ସାହୁ, ନୂଆପଡାରୁ ରାଜେନ୍ଦ୍ର ଢୋଲକିଆ, ଉମରକୋଟରୁ ନବୀନା ନାୟକ, ଝରିଗାଁରୁ ରମେଶ ଚନ୍ଦ୍ର ମାଝୀ, ନବରଙ୍ଗପୁରରୁ କୌଶଲ୍ୟା ପ୍ରଧାନୀ, ଡାବୁଗାଁରୁ ମନୋହର ରନ୍ଧାରୀ, ଲାଞ୍ଜିଗଡରୁ ପ୍ରଦୀପ କୁମାର ଦିଶାରୀ, ଜୁନାଗଡରୁ ଦିବ୍ୟଶଙ୍କର ମିଶ୍ର,ଧର୍ମଗଡରୁ ପୁଷ୍ପେନ୍ଦ୍ର ସିଂ ଦେଓ, ଭବାନୀପାଟଣାରୁ ଲତିକା ନାୟକ, ଜି ଉଦୟଗିରିରୁ ସାଲୁଗା ପ୍ରଧାନ, କଣ୍ଟାମାଳରୁ ମହିଧର ରଣା, ବୌଦ୍ଧରୁ ପ୍ରଦୀପ କୁମାର ଅମାତଙ୍କୁ ଦଳ ଭରସା କରି ପ୍ରାର୍ଥୀ କରିଛି।
ଅପରପକ୍ଷେ ବଡମ୍ବାରୁ ଦେବୀ ପ୍ରସାଦ ମିଶ୍ର, ବାଙ୍କୀରୁ ଦେବୀରଞ୍ଜନ ତ୍ରିପାଠୀ, ଆଠଗଡରୁ ରଣେନ୍ଦ୍ର ପ୍ରତାପ ସ୍ୱାଇ, କଟକ ଚୌଦାରରୁ ସୌଭିକ ବିଶ୍ୱାଳ, ନିଆଳିରୁ ପ୍ରମୋଦ ମଲ୍ଲିକ, କଟକ ସଦରରୁ ଚନ୍ଦ୍ରସାରଥୀ ବେହେରା, ପାଟକୁରାରୁ ଅରବିନ୍ଦ ମହାପାତ୍ର,ଆଳିରୁ ପ୍ରତାପ ଦେବ, ରାଜନଗରରୁ ଧ୍ରୁବ ସାହୁ, ମହାକାଳପଡାରୁ ଅତନୁ ସବ୍ୟସାଚ୍ଚୀ ନାୟକ, ପୁରୀରୁ ସୁନୀଲ ମହାନ୍ତି, ବ୍ରହ୍ମଗିରିରୁ ଉମାକାନ୍ତ ସାମନ୍ତରାୟ, ସତ୍ୟବାଦୀରୁ ସଞ୍ଜୟ ଦାସବର୍ମା, ପିପିଲିରୁ ରୁଦ୍ର ପ୍ରସାଦ ମହାରଥୀ, ଜଟଣୀରୁ ବିଭୂତି ବଳବନ୍ତରାୟ, ରଣପୁରରୁ ସତ୍ୟନାରାୟଣ ପ୍ରଧାନ, ଦଶପଲ୍ଲାରୁ ରମେଶ ଚନ୍ଦ୍ର ବେହେରା, ନୟାଗଡରୁ ଅରୁଣ ସାହୁଙ୍କୁ ପ୍ରାର୍ଥୀ କରାଯାଇଛି।