Sunstar Tv
2nd BJD Candidate List: ପ୍ରକାଶ ପାଇଲା ବିଜେଡିର ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା । ପ୍ରଥମେ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।
ପୁରୀ- ଅରୁପ ପଟ୍ଟନାୟକ
ଯାଜପୁର- ଶର୍ମିଷ୍ଠା ସେଠୀ
ଢ଼େଙ୍କାନାଳ- ଅବିନାଶ ସାମଲ
ଜଗସିଂହପୁର – ରାଜେଶ୍ବରୀ ମଲ୍ଲିକ
କନ୍ଧମାଳ- ଅଚ୍ୟୁତ ସାମନ୍ତ
କଟକରୁ- ସତୃପ୍ତ ମିଶ୍ର
ପ୍ରଥମ ପର୍ଯ୍ୟାୟରେ ୭୨ ବିଧାନସଭା ଆସନ ଏବଂ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଓଡ଼ିଶା ବିଧାନସଭା ଆସନ ପାଇଁ ପ୍ରଥମ ଦଳ ଭାବେ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି ।
ଏହି ତାଲିକାରେ ଉଭୟ ଲୋକସଭା ଓ ବିଧାନସଭା ପାଇଁ ଘୋଷିତ ପ୍ରାର୍ଥୀଙ୍କ ମଧ୍ୟରେ ୧୪ ଜଣ ମହିଳା ଥିବା ବେଳେ ୧୩ ନୂଆ ମୁହଁ ରହିଛନ୍ତି । ବିଧାନସଭା ପାଇଁ ବିଜେଡି ୧୩ ଜଣ ନୂଆ ଚେହେରାଙ୍କ ଉପରେ ଭରସା କରିଛି। ସେହିଭଳି ଗତଥର ଲୋକସଭା ନିର୍ବାଚନ ଲଢିଥିବା ୩ ଜଣ ପ୍ରାର୍ଥୀଙ୍କୁ ଦଳ ଏଥରକ ବିଧାନସଭା ଟିକେଟ୍ ଦେଇଛି ।
ପ୍ରାର୍ଥୀ ତାଲିକାରେ ୧୩ ନୂଆ ମୁହଁ
ବିଜେଡ଼ିର ଏଥରକ ୧୩ ଜଣ ନୂଆ ମୁହଁଙ୍କୁ ବିଧାନସଭା ଟିକେଟ୍ ଦେଇଛି । ଦଳ ଯେଉଁ ୧୩ ଜଣଙ୍କ ଉପରେ ଭରସା କରିଛି ସେମାନେ ହେଲେ ରାୟଗଡା ଲାଗି ଅନୁସୟା ମାଝି,ବସ୍ତା ପାଇଁ ସୁଭାସିନୀ ଜେନା ।
ସେହିପରି ଧାମନଗରରୁ ଡ.ସଂଜୟ ଦାସ,ଯାଜପୁରରରୁ ସୁଜାତା ସାହୁ,ଲୋଇସିଙ୍ଗାରୁ ନିହାର ବେହେରା,ଉମରକୋଟରୁ ନବୀନ ନାୟକ,ନବରଙ୍ଗପୁରରୁ କୌଶଲ୍ୟା ପ୍ରଧାନୀ,ଭବାନୀପାଟନାରୁ ଲତିକା ନାୟକ,ପାଟକୁରାରୁ ଅରବିନ୍ଦ ମହାପାତ୍ର, ପୁରୀରୁ ସୁନିଲ ମହାନ୍ତି, ସୋରୋଡା଼ରୁ ସଂଘମିତ୍ରା ସ୍ୱାଇଁ,ଦିଗପହଣ୍ଡିରୁ ବିପ୍ଲବ ପାତ୍ର ଓ ଚିକିଟିରୁ ଚିନ୍ମୟାନନ୍ଦ ଶ୍ରୀରୂପ ଦେବ ନୂଆମୁହଁ ଭାବେ ଟିକେଟ୍ ପାଇଛନ୍ତି ।