SunstarTV
ରାଜ୍ୟ ବିଜେପି ଛାଡି ବିଜେଡିରେ ମିଶିଛନ୍ତି ଲେଖାଶ୍ରୀ ସାମନ୍ତସିଂହାର। କିଛି ସମୟ ପୂର୍ବରୁ ବିଜେପି ଛାଡିଥିଲେ ଲେଖାଶ୍ରୀ ସାମନ୍ତସିଂହାର ଆଉ ଏବେ ବିଜେଡିରେ ମିଶିଛନ୍ତି। ଲେଖାଶୀ କହିଛନ୍ତି ବିଜେପିରେ ରହି ଜନ ସେବା କରିବା ସମ୍ଭବ ହୋଇ ପାରିଲା ନାହିଁ । ତେଣୁ ଦଳ ଛାଡି ଆଜି ବିଜେଡିରେ ମିଶିଛି ।
ଲେଖାଶ୍ରୀ ଆଜି ସକାଳେ ତାଙ୍କ ସୋସିଆଲ ମିଡିଆ ଜରିଆରେ ସେ ଏହି ସୂଚନା ଦେଇଛନ୍ତି। ସୂଚନା ମୁତାବକ ଲେଖାଶ୍ରୀ ବିଜେପିର ଉପସଭାପତି ପଦରେ ଥିଲେ। ସେ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଉଲ୍ଲେଖ କରିଥିଲେ। ସେ ତାଙ୍କ ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଥିଲେ। ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ । ଦଳର ପ୍ରତିଟି କାର୍ଯ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି ।
ଲେଖାଶ୍ରୀ ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି, ଗତ ୧୦ ବର୍ଷ ଧରି ମୁଁ ଭାରତୀୟ ଜନତା ପାର୍ଟିକୁ ମୋର ଝାଳ ଓ ରକ୍ତ ଦେଇଛି। ଶୃଙ୍ଖଳିତ ଭାବେ କଠିନ ପରିଶ୍ରମ କରିବା ସତ୍ତ୍ୱେ ଦଳୀୟ ନେତୃତ୍ୱଙ୍କ ଆସ୍ଥାଭାଜନ ହୋଇପାରିଲି ନାହିଁ। ତେଣୁ ଏଠାରେ ମୋର ଆଉ କିଛି କରିବାକୁ ବାକି ନାହିଁ ବୋଲି ମୁଁ ଅନୁଭବ କରୁଛି। ଓଡ଼ିଶାର ଲୋକଙ୍କ ସେବା କରିବା ପାଇଁ ମୋର ଯେଉଁ ଆଗ୍ରହ ରହିଛି ତାହା ବାଧାପ୍ରାପ୍ତ ହୋଇଛି। ଏତେ ବର୍ଷ ଧରି ଦଳ କାମ କରିବାର ସୁଯୋଗ ଦେଇଥିବାରୁ ଧନ୍ୟବାଦ।