SunstarTV
ଓଡିଶାରୁ ପଶ୍ଚିମବଙ୍ଗ ଯାଉଥିବା ସମୟରେ ଓଭରବ୍ରିଜରୁ ଖସିଲା ଯାତ୍ରୀବାହୀ ବସ୍ । ସୋମବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ ପଶ୍ଚିମବଙ୍ଗ ଯାଉଥିବା ସମୟରେ ଜାତୀୟ ରାଜପଥ ୧୬ର କୁଆଖିଆ ଛକ ନିକଟରେ ଓଭରବ୍ରିଜରୁ ତଳକୁ ଖସିପଡିଥିଲା । ଏହି ସମୟରେ ବସରେ ୫୦-୬୦ରୁ ଅଧିକ ଯାତ୍ରୀ ଥିଲେ । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ସ୍ଥାନୀୟଲୋକେ ଏବଂ ଧର୍ମଶାଳା ଓ କୁଆଖିଆ ଥାନା ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି । ସମସ୍ତଙ୍କୁ ଧର୍ମଶାଳା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଛି।
ଏହି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି।
ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନ କୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।